ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଥିବା ବେଳେ ଏହାସହ ଜଡିତ ଘୁର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି । ପ୍ରଭାବରେ ଆଜି କେତେକ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ରାଜ୍ୟରେ ୨୨.୭ ମିମି ବର୍ଷା ରେକର୍ଡ ହୋଇଛି ।ଯାହା ସ୍ୱାଭାବିକ ବର୍ଷା ୧୧.୮ ମିମି ତୁଳନାରେ ୯୨% ଅଧିକ । ଭୀଷଣ ବର୍ଷାରେ ଭରଣା ହେଲା ନିଅଣ୍ଟିଆ ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ଗତ ୨୪ଘଣ୍ଟାରେ ଅନୁଭୂତ ବର୍ଷାରେ ୩% ନିଅଣ୍ଟିଆ ଭରଣ । ଗତ ୪୮ ଘଣ୍ଟାରେ ଅନୁଭୂତ ବର୍ଷା ପ୍ରଭାବରେ ରାଜ୍ୟରେ ୮% ନିଅଣ୍ଟିଆ ଭରଣ ହୋଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭.୮ ମିମି ବର୍ଷା ରେକର୍ଡ ଯାହା ସ୍ୱାଭାବିକ ବର୍ଷା ୩୮୨.୮ ମିମି ତୁଳନାରେ ୨୦% କମ୍‌ ।