୭୦ ହଜାରରୁ ଅଧିକନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ପ୍ରାୟ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ। ଏହି ରୋଜଗାର ମେଳା ଦେଶର ୪୪ଟି ସ୍ଥାନରେ ଆୟୋଜିତ ହେବ। ଏହି ନିଯୁକ୍ତି କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରାଯାଉଛି। ପିଏମଓ କହିଛି, ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ଏହି ଯୁବକମାନଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରାଯିବ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଶୁକ୍ରବାର ଏକ ବିବୃତ୍ତିରେ କହିଛି ଯେ, ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଯୁବକମାନଙ୍କୁ ସମ୍ବୋଧିତ କରିବେ। ପୂର୍ବାହ୍ନ ୧୦.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନୂତନ ନିଯୁକ୍ତ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ପିଏମଓ ଦେଇଥିବା ସୂଚନା ଅନୁଯାୟୀ, ଏହି ଯୁବକମାନେ ରାଜସ୍ବ ବିଭାଗ, ଆର୍ଥିକ ସେବା ବିଭାଗ, ପୋଷ୍ଟ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଜଳସେଚନ ବିଭାଗ, କର୍ମଚାରୀ ଏବଂ ତାଲିମ ଏବଂ ଗୃହ ବିଭାଗ ସହିତ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ସରକାର ସାମିଲ ହେବେ।