ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର :  ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ଓଡିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । କଟକ ଚଣ୍ଡୀ ମନ୍ଦିର, ଉତ୍କଳଗୌରବ ମଧୁସୁଦନ ଦାସଙ୍କ ବାସ ଭବନ, ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ, ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ଉଚ୍ଚ ନ୍ୟାୟାଳୟର ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ୍ ବିଶ୍ବବିଦ୍ୟାଳୟ କଟକର ସମାବର୍ତ୍ତନ ଉତ୍ସବ, ଏସସିବିର ବାର୍ଷିକୋତ୍ସବରେ ଯୋଗଦାନ କରିବେ  ।  ସେହିପରି ୨୭ତାରିଖରେ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି  । ପରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି  । ପରେ ରାଜଭବନରେ ରାତ୍ରୀ ଯାପାନ କରିବେ ମହାମହିମ  । କଟକରେ ୭ଟି କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି  । ସିକ୍ୟୁରିଟି, ଟ୍ରାଫିକ, ରୁଟ ଲାଇନିଂ, ପାର୍କିଂକୁ ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି । ସାଧାରଣ ଲୋକଙ୍କୁ କିଭଳି ଅଧିକ ଟ୍ରାଫିକ ସମସ୍ୟା ନହେବ ସେ ନେଇ ଅଧିକ ଧ୍ୟାନ ଦିଆଯାଇଛି । ପୁରା ସିକ୍ୟୁରିଟି ଆରେଞ୍ଜମେଣ୍ଟରେ ୧୨ ଜଣ ଅତିରିକ୍ତ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନ୍ସପେକ୍ଟର, ୧୨୦ ସବଇନ୍ସପେକ୍ଟର, ଏଏସଆଇ ରହିବେ ।