ପୁରୀ: ବନକଲାଗି ବିବାଦ ଛିଣ୍ଡିବାର ନାଁ ଧରୁନି । ପ୍ରଶାସନ ଏବଂ ସେବାୟତ ବିବାଦ ତୁଟାଇବା ପାଇଁ ଆଜି ବସିବ ନୀତି ସବ୍-କମିଟି ବୈଠକ । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଗୁରୁବାର ବନକଲାଗି କରିବାକୁ ପ୍ରସ୍ତୁତ ହୋଇ ଶ୍ରୀମନ୍ଦିର ଆସିଥିଲେ ଦତ୍ତ ମହାପାତ୍ର ସେବାୟତ । ବନକ ଘରେ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ନୀତି ନ କରିବାକୁ କହିଥିଲେ ଶ୍ରୀମନ୍ଦିର କମାଣ୍ଡର । ତେଣୁ ସେବକମାନେ ମୁଖ୍ୟ ପ୍ରଶାସକଙ୍କୁ ଭେଟି ବନକଲାଗି ନୀତି କରିବା ପାଇଁ ଅନୁମତି ଦେବାକୁ ଅନୁରୋଧ କରିଥିଲେ । ପୂର୍ବରୁ ଉଭୟ ବୁଧବାର ଓ ଗୁରୁବାର ବନକଲାଗି ନୀତି ହୋଇଆସୁଥିବା ବେଳେ ପ୍ରଶାସନ ବୁଧବାର କରିବା ପାଇଁ କାହିଁକି ବାଧ୍ୟ କରୁଛି ସେନେଇ ପ୍ରଶ୍ନ କରିଛନ୍ତି ଦତ୍ତମହାପାତ୍ର ସେବାୟତ ।ଆଜି ବସିବ ନୀତି ସବ୍-କମିଟି ବୈଠକ । ବୈଠକରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କେବେ ଓ କେଉଁଦିନ ହେବ, ସେନେଇ ନିଷ୍ପତ୍ତି ହେବ । ବୈଠକର ଚୂଡ଼ାନ୍ତ ନିଷ୍ପତ୍ତି ଅନୁସାରେ ବନକଲାଗି ନୀତି କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ମୁଖ୍ୟ ପ୍ରଶାସକ ।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ସୁଭଦ୍ରା ଯୋଜନା ଟଙ୍କା ମିଳୁନଥିଲେ ପୁଣି ଆବେଦନ କରିପାରିବେ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
Prev Post
Next Post