୧୯୯୦ ବ୍ୟାଚ୍ର ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀ ଶ୍ରୀ ଜେ. କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ପଦୋନ୍ନତି ମିଳିଛି । ବର୍ତ୍ତମାନ ଶ୍ରୀ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି । ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ର ପ୍ରତ୍ୟକ୍ଷ ଟିକସ ବୋର୍ଡ ପକ୍ଷରୁ ତାଙ୍କ ପଦୋନ୍ନତି ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ଜେ କ୍ରିଷ୍ଣା କିଶୋରଙ୍କର ଆୟକର କ୍ଷେତ୍ରରେ ଯଥେଷ୍ଟ ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ରହିଛି । ସେ ଜଣେ ସଚ୍ଚୋଟ ଅଧିକାରୀ ଭାବେ ପରିଚିତ । ଓଡ଼ିଶାରେ ତାଙ୍କର କାର୍ଯ୍ୟକାଳ ସମୟରେ ଆୟକର ତଦନ୍ତ ନିର୍ଦ୍ଦେଶାଳୟ ସବୁ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି । ତାଙ୍କର ତତ୍ତ୍ୱାବଧାନରେ ସବୁଠୁ ଅଧିକ ନଗଦ ଟଙ୍କା ଜବତ କରାଯିବା ସହିତ ସର୍ବାଧିକ ଗୋପନୀୟ ଆୟ ଠାବ କରାଯିବା କ୍ଷେତ୍ରରେ ସଫଳତା ମିଳିଛି ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର