ଭୁବନେଶ୍ବର: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୬ ଶହ ଛୁଇଁବାକୁ ବସିଥିବା ବେଳେ ରାଜଧାନୀରେ ଦ୍ବିତୀୟ ଡେଙ୍ଗୁ ମୃତ୍ୟୁ ହୋଇଛି। କ୍ୟାପିଟାଲ୍ ହସ୍ପିଟାଲ୍ରେ ଡେଙ୍ଗୁ ଜଣେ ପ୍ରସୂତିଙ୍କ ଜୀବନ ନେଇଛି। ମୃତା ମହିଳା ହେଉଛନ୍ତି ଭିଏସ୍ଏସ୍ ନଗରରେ ରହୁଥିବା ଭଦ୍ରକର ଶର୍ମିଷ୍ଠା ସେନାପତି। ଶିଶୁକନ୍ୟାଙ୍କୁ ଜନ୍ମ ଦେବାର ୭ ଦିନ ପରେ ତାଙ୍କର ମୃତ୍ୟୁ ହୋଇଛି। ଶିଶୁକନ୍ୟା ସୁସ୍ଥ ଥିବା ହସ୍ପିଟାଲ୍ ପକ୍ଷରୁ କୁହାଯାଇଛି।ଗତ ୨୧ ତାରିଖରେ ଶର୍ମିଷ୍ଠା ଗର୍ଭଜନିତ କଷ୍ଟ ଯୋଗୁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ୨୩ ତାରିଖରେ ସେ ଏକ କନ୍ୟାସନ୍ତାନ ଜନ୍ମ ଦେଇଥିଲେ। ସେତେବେଳେ ସେ ସୁସ୍ଥ ଥିଲେ। ୨୫ ତାରିଖରେ ସେ ଅସୁସ୍ଥ ଅନୁଭବ କରିଥିଲେ। ଜ୍ବର ହେବା ସହ ବାନ୍ତି ହୋଇଥିଲା। ଏଣୁ ତାଙ୍କର ଅନ୍ୟାନ୍ୟ ପରୀକ୍ଷା ସହ ଡେଙ୍ଗୁ ପରୀକ୍ଷା କରାଯାଇଥିଲା। ସେତେବେଳେ ତାଙ୍କର ଡେଙ୍ଗୁ ପଜିଟିଭ୍ ରିପୋର୍ଟ ଆସିବାରୁ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post