ଭୁବନେଶ୍ୱର : ଅର୍ଚ୍ଚନା ନାଗ୍ଙ୍କୁ ଜାମିନ୍ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ୍ ଦେଇଛନ୍ତି। ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ୨ଟିରେ ଜାମିନ୍ ମିଳିଛି। ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ଜାମିନ୍ ଦେଇଛନ୍ତି ହାଇକୋର୍ଟ। ଆବେଦନକାରୀ ଶ୍ରଦ୍ଧାଞ୍ଜଳିଙ୍କ ସହ ଯୋଗାଯୋଗ କରିବାକୁ ବାରଣ କରାଯିବା ସର୍ତ୍ତ ରହିଛି । ଏହା ସହ ସାକ୍ଷୀଙ୍କୁ ପ୍ରଭାବିତ କରିବେନି ବୋଲି ସର୍ତ୍ତ ରହିଛି। ବାହାରେ ବୟାନବାଜି ପାଇଁ ମନା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲରୁ ୨ଟିରେ ଜାମିନ୍ ମିଳିଛି। ଏବେ କେବଳ ଇଡି ମାମଲରେ ଜାମିନ୍ ପାଇ ନାହାନ୍ତି ଅର୍ଚ୍ଚନା। ଇଡି ମାମଲାରେ ଜାମିନ ମିଳି ନ ଥିବାରୁ ଏବେ ବି ଜେଲରେ ରହିବେ ଅର୍ଚ୍ଚନା। ପୂର୍ବରୁ ଏପ୍ରିଲ ମାସରେ ଅକ୍ଷୟ ପରିଜା ବ୍ଲାକମେଲ କେସରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଥିଲା। ଖଣ୍ଡଗିରି ଥାନାରେ ରୁଜୁ ମାମଲାରେ ଭୁବନେଶ୍ବରସ୍ଥିତ ଦୌରା ଅଦାଲତରେ ଜାମିନ ଖାରଜ ହେବାପରେ ଅର୍ଚ୍ଚନା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଅର୍ଚ୍ଚନା ନାଗ ଘଟଣାରେ ନିଜକୁ ପୀଡ଼ିତା ବୋଲି ଦର୍ଶାଇ ଶ୍ରଦ୍ଧାଞ୍ଜଳି ବେହେରା ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ। ଏହାପରେ ଶ୍ରଦ୍ଧାଞ୍ଜଳିଙ୍କ ଅଭିଯୋଗ ଆଧାରରେ ଖଣ୍ଡଗିରି ଥାନାରେ ଅର୍ଚ୍ଚନା, ଜଗବନ୍ଧୁ ଚାନ୍ଦ, ଖଗେଶ୍ବର ପାତ୍ରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ପୁଲିସ ତଦନ୍ତ କରି ଏହି ମାମଲାରେ ଚାର୍ଜସିଟ୍ ମଧ୍ୟ ଦାଖଲ କରିସାରିଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ