ଭୁବନେଶ୍ବର: ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ଡେଲିଭରି ବୟ, କୁମ୍ଭାର, କମାର, ପାଇପମିସ୍ତ୍ରୀ ଭଳି ୫୦ଟି ବର୍ଗ । ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ନିଆଯାଇଛି ।ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ଏବେ ବୁଲାବିକାଳି, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି।ଏବେ ଆଉ ୫୦ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ବୋର୍ଡରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ଲକ୍ଷରୁ ୪ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି। ସେହିପରି ସ୍ବାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ଲକ୍ଷ ଟଙ୍କାରୁ ୨ଲକ୍ଷ ଟଙ୍କାକୁ ବଢ଼ାଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ