ଭୁବନେଶ୍ୱର: ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାମାନଙ୍କରେ ଶଯ୍ୟା ପିଛା ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୯୫ ଟଙ୍କାରୁ ୧୨୦ ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟର ୬୧୮ଟି ସରକାରୀ ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇ ଦିଆଯିବ ।ଏହାଦ୍ୱାର ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Prev Post
Next Post