ଭୁବନେଶ୍ୱର: ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାମାନଙ୍କରେ ଶଯ୍ୟା ପିଛା ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୯୫ ଟଙ୍କାରୁ ୧୨୦ ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟର ୬୧୮ଟି ସରକାରୀ ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇ ଦିଆଯିବ ।ଏହାଦ୍ୱାର ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post