ପୁରୀ: ୨୦୨୪ ମସିହା ରଥଯାତ୍ରା ସମୟରେ ଭିତର ରତ୍ନଭଣ୍ଡାର ଖୋଲାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଆଧାରରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ ବୋଲି ଶ୍ରୀମନ୍ଦିର ଉପ-ମୁଖ୍ୟପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ଏହା ପୂର୍ବରୁ ଏକ କମିଟି ଗଠନ କରି ଏହା ଜରିଆରେ ଅତ୍ୟାଧୁନିକ ପ୍ରଣାଳୀରେ ଭିତର ରତ୍ନଭଣ୍ଡାର ବାହାର ପାର୍ଶ୍ବ ଅନୁଧ୍ୟାନ କରାଯିବ। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଏକାଧିକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ବି ରତ୍ନଭଣ୍ଡାର, ବନକଲାଗି, ଚାରିଦ୍ବାର ଖୋଲିବା ଆଦି ପ୍ରମୁଖ ପ୍ରସଙ୍ଗ ରହିଥିଲା। ବୈଠକ ପରେ ଜିଲ୍ଲାପାଳ ଶ୍ରୀ ବର୍ମା କହିଛନ୍ତି, ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ଶ୍ରୀମନ୍ଦିର ପ୍ରଶାସନକୁ ଭିତର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଚିଠି ଲେଖିଥିଲା। ଏହା ଉପରେ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ରତ୍ନଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ନେଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ