ପୁରୀ: ୨୦୨୪ ମସିହା ରଥଯାତ୍ରା ସମୟରେ ଭିତର ରତ୍ନଭଣ୍ଡାର ଖୋଲାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଆଧାରରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ ବୋଲି ଶ୍ରୀମନ୍ଦିର ଉପ-ମୁଖ୍ୟପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ଏହା ପୂର୍ବରୁ ଏକ କମିଟି ଗଠନ କରି ଏହା ଜରିଆରେ ଅତ୍ୟାଧୁନିକ ପ୍ରଣାଳୀରେ ଭିତର ରତ୍ନଭଣ୍ଡାର ବାହାର ପାର୍ଶ୍ବ ଅନୁଧ୍ୟାନ କରାଯିବ। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଏକାଧିକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ବି ରତ୍ନଭଣ୍ଡାର, ବନକଲାଗି, ଚାରିଦ୍ବାର ଖୋଲିବା ଆଦି ପ୍ରମୁଖ ପ୍ରସଙ୍ଗ ରହିଥିଲା। ବୈଠକ ପରେ ଜିଲ୍ଲାପାଳ ଶ୍ରୀ ବର୍ମା କହିଛନ୍ତି, ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ଶ୍ରୀମନ୍ଦିର ପ୍ରଶାସନକୁ ଭିତର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଚିଠି ଲେଖିଥିଲା। ଏହା ଉପରେ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ରତ୍ନଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ନେଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ