ଲୋକସେବା ଭବନରେ ଏକାଠି ଅମିତ ଶାହ-ନବୀନ

ନବୀନଙ୍କୁ ପ୍ରଶଂସା କଲେ ଶାହ

ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଟେରରୁ ବାନେଇ ରାସ୍ତାର ସମ୍ପ୍ରସାରଣ ପ୍ରକଳ୍ପର ଶୁଭାରମ୍ଭ ସହ କାମାକ୍ଷାନଗର-ଡୁବୁରି ୪ ଥାକିଆ ରାସ୍ତାର ଉଦଘାଟନ କରିଛନ୍ତି । ସୁକିନ୍ଦା-କମାକ୍ଷାନଗର ଓ ଚଣ୍ଡିଖୋଲ-ଭଦ୍ରକ ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଘଣ୍ଟାଏ ଧରି ଚାଲିବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଜାତୀୟ ରାଜପଥ ଅଧିକାରୀମାନେ ଯୋଗ ଦେଇଛନ୍ତି। କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ର ସ୍ବରାଷ୍ଟ୍ର ଓ ସହକାରୀତା ମନ୍ତ୍ରୀ ଅମିତ ଶାହ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି। ଦେଶର ବିକାଶ, ଦେଶର ଭାଗ୍ୟ ରାଜମାର୍ଗ ସହ ଜଡ଼ିତ। ଗତ ୯ ବର୍ଷ ମଧ୍ୟରେ ଜାତୀୟ ରାଜପଥ ବାବଦରେ ଭାରତ ସରକାର ବିପୁଳ ଅର୍ଥ ବିନିଯୋଗ କରିଛନ୍ତି। ପୂର୍ବାଞ୍ଚଳର ବିକାଶ ହେଲେ ଭାରତର ବିକାଶ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ମୋଦୀ ସରକାର ରାଜ୍ୟ ସରକାରଙ୍କ ସହ ମିଶି ଦେଶର ବିକାଶ କରିଛନ୍ତି। ଓଡ଼ିଶାରେ ନକ୍ସଲ ଗତିବିଧି କମିଛି। ଏଥିଲାଗି ଓଡ଼ିଶା ସରକାରଙ୍କ ଅବଦାନକୁ ମୁଁ ପ୍ରଶଂସା କରୁଛି। ଓଡ଼ିଶାର ବିକାଶ ଲାଗି ମୋଦୀ ସରକାର ପ୍ରତିଶ୍ରୁତିବଦ୍ଧ। ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ସରକାରଙ୍କ କାର୍ଯ୍ୟ ପ୍ରଶଂସନୀୟ। ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ସାରା ଦେଶକୁ ମାର୍ଗଦର୍ଶନ କରିଛି।