କୋରାପୁଟ : ଜୈବ ବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା ପାଇବ ଗୁପ୍ତେଶ୍ବର । ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଶୈବପୀଠକୁ ମିଳିବ ନୂଆ ପରିଚୟ । ମହାଦେବଙ୍କ ଆରାଧନା ସହ ମିଳିବ ପର୍ଯ୍ୟଟନର ମଜା । କୋରାପୁଟ ଜିଲ୍ଲାର ବୈପାରିଗୁଡା ବ୍ଲକ ଅନ୍ତର୍ଗତ ହଳଦିକୁଣ୍ଡ ପଞ୍ଚାୟତରେ ଅବସ୍ଥିତ ଗୁପ୍ତେଶ୍ବର ପୀଠର ହେବ ବିକାଶ । ଏଥିପାଇଁ ରାଜ୍ୟ ସରକାର 20 କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହାରି ଭିତରେ ଏହାକୁ ସ୍ଥାନୀୟ ଜୈବ ବିବିଧତା ପରିଚାଳନା କମିଟି ଏନେଇ ଆଉ ପାଦେ ଆଗେଇଛି । 2018 ରୁ ଆଗତ ହୋଇଥିବା ଏକ ଲିଖିତ ପ୍ରସ୍ତାବକୁ ବୋର୍ଡ ନିକଟରେ ଉପସ୍ଥାପନ କରିଛି କମିଟି । ରାଜ୍ୟ ଜୈବ ବିବିଧତା ବୋର୍ଡ ଏକ ଟିମ୍ ପ୍ରସ୍ତାବିତ ଅଞ୍ଚଳରେ ସର୍ଭେ କରିବା ପରେ ଜଙ୍ଗଲ ବିଭାଗ ପକ୍ଷରୁ ଆବଶ୍ୟକୀୟ ସହଯୋଗ ଦିଆଯାଉଥିବା ସୂଚନା ଦେଇଛି । ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ସ୍ବାମିନାଥନ କୃଷୀ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post