ଭୁବନେଶ୍ବର: ବିକାଶ କାମରେ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଅମିତ ଶାହଙ୍କ ଉପସ୍ଥିତିରେ ଧନ୍ୟବାଦ ଜଣାଇଛନ୍ତି । ଲୋକସଭା ଭବନ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆମେ ସଂଘୀୟ ବ୍ୟବସ୍ଥାରେ ବିଶ୍ୱାସ କରୁଛୁ। କେନ୍ଦ୍ର ସରକାରଙ୍କ ସହଯୋଗରେ ବିକାଶର ଧାରା ଆଗକୁ ନେଉଛୁ। ସବୁ ପାରାମିଟରରେ ଓଡ଼ିଶା ଅନେକ ଆଗକୁ ଯାଇଛି। ନୂଆ ଓଡ଼ିଶା ଗଠନ ଦିଗରେ ଆମେ ଆଗେଇ ଚାଲିଛୁ। ଯୋଗାଯୋଗ ଆମ ପାଇଁ ଯଥେଷ୍ଟ ଗୁରୁତ୍ୱ ବହନ କରେ। ଗୁରୁପ୍ରିୟା ସେତୁ, ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶାକୁ ସଂଯୋଗ କରିବାକୁ ବିଜୁ ଏକ୍ସପ୍ରେସ ଯୋଗାଯୋଗ କ୍ଷେତ୍ରରେ ଅନେକ ଅବଦାନ ରହିଛି। ପୂର୍ତ୍ତ ବିଭାଗରେ ଆମ ସରକାରଙ୍କ ବଜେଟ ୯୮ ପ୍ରତିଶତ ବଢିଛି। ନବୀନ ସରକାର ସଂଘୀୟ ବ୍ୟବସ୍ଥାରେ ବିଶ୍ୱାସ କରିଆସିଛି । କେନ୍ଦ୍ର ସରକାରଙ୍କ ସହଯୋଗରେ ବିକାଶର ଧାରା ଆଗକୁ ଆଗକୁ ମାଡିଚାଲିଛି । ସବୁ ପାରାମିଟରରେ ଓଡିଶା ଅନେକ ଆଗକୁ ଯାଇଛି ।ନୂଆ ଓଡିଶା ଗଠନ ଦିଗରେ ଆଗେଇ ଚାଲିଛି ରାଜ୍ୟ । ଏହି ବର୍ଷ ସରକାର ୬୫୦୦ କିଲୋମିଟର ରାସ୍ତାର ମରାମତି ଓ ୩୦୦ ନୂଆ ପୋଲ କରିବାକୁ ଲକ୍ଷ୍ୟ ରଖିଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ