ନୂଆଦିଲ୍ଲୀ: ଲୋକସଭା ସାଂସଦ ପଦ ଫେରିପାଇଲେ ରାହୁଲ ଗାନ୍ଧୀ । ଲୋକସଭା ସଚିବାଳୟ ପକ୍ଷରୁ ଏ ନେଇ ଆଜି ଜାରି ହୋଇଛି ବିଜ୍ଞପ୍ତି । ମାନହାନୀ ମାମଲାରେ ଗୁଜରାଟ ନିମ୍ନ ଅଦାଲତ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୁଇ ବର୍ଷ ଜେଲ ଦଣ୍ଡାଦେଶ କରିଥିଲେ। ଯେଉଁଥିପାଇଁ ତାଙ୍କୁ ସାଂସଦ ପଦ ହରାଇବାକୁ ପଡ଼ିଥିଲା। ପରେ ରାହୁଲ ନିମ୍ନ ଅଦାଲତଙ୍କ ରାୟକୁ ଗୁଜରାଟ ହାଇକୋର୍ଟରେ ଚ୍ୟାଲେଞ୍ଜ କରିିଲେ ମଧ୍ୟ ହାଇକୋର୍ଟ ନିମ୍ନ ଅଦାଲତଙ୍କ ନିଷ୍ପତ୍ତିକୁ କାଏମ ରଖିଥିଲେ। ଏହାପରେ ରାହୁଲ ସୁପ୍ରିମକୋର୍ଟର ଦ୍ବାରସ୍ଥ ହୋଇଥିଲା ବେଳେ ଶୁକ୍ରବାର ଏହି ପ୍ରସଙ୍ଗରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଜଷ୍ଟିସ୍ ବି ଆର ଗବାଇ, ଜଷ୍ଟିସ୍ ପି ଏସ ନରସିହମା ଏବଂ ଜଷ୍ଟିସ୍ ସଞ୍ଜୟ କୁମାରଙ୍କ ଦ୍ବାରା ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ନିମ୍ନ ଅଦାଲତ ରାହୁଲଙ୍କୁ ଦେଇଥିବା ଦୁଇ ବର୍ଷ ଜେଲ ଦଣ୍ଡାଦେଶ ପାଇଁ କୌଣସି ନିର୍ଦ୍ଦିଷ୍ଟ କାରଣ ନାହିଁ ବୋଲି କହିଥିଲେ। ମୋଦୀ ସାଙ୍ଗିଆକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ମାନହାନୀ ମାମଲାରେ ରାହୁଲଙ୍କୁ ସର୍ବୋଚ୍ଚ ନ୍ୟାୟାଳୟରୁ ବଡ଼ ଆଶ୍ବସ୍ତି ମିଳିଥିଲା। ଏହି ମାମଲାରେ ଗୁଜରାଟ ନିମ୍ନ ଅଦାଲତ ରାହୁଲଙ୍କ ପ୍ରତି କରିଥିବା ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ରୋକ୍ ଲଗାଇଥିଲା। ସବୁ ଚୋର କାହିଁକି ମୋଦି ସାଙ୍ଗିଆ ବହନ କରିଛନ୍ତି ବୋଲି ୨୦୧୯ ଏପ୍ରିଲ୍ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍ ଗାନ୍ଧୀ ମନ୍ତବ୍ୟ ଦେଇଥିଲେ। ତେବେ ଏହି ମାନହାନି ମାମଲାକୁ ନେଇ କୋର୍ଟରେ କେଶ ଦାଏର ହୋଇଥିଲା। ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦି ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍ଠାରେ ଆୟୋଜିତ ରାଲିରେ ଉଦ୍ବୋଧନ ଦେବା ବେଳେ ରାହୁଲ୍ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ। ଉପରୋକ୍ତ ମାମଲାର ଶୁଣାଣି କରି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଥିଲେ। ରାହୁଲ ଗାନ୍ଧୀଙ୍କୁ ୨ ବର୍ଷର ଦଣ୍ଡାଦେଶ ହୋଇଥିଲା। ଯାହାଫଳରେ ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ କରାଯାଇଥିଲା।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ