ରାଜ୍ୟସଭାରେ ଦିଲ୍ଲୀ ସେବା ବିଲ୍ ପାରିତ । ରାଜ୍ୟସଭାରେ ସୋମବାର ଆଗତ ହୋଇଥିବା ଦିଲ୍ଲୀ ସେବା ବିଲ୍ ବହୁମତରେ ପାରିତ ହୋଇଯାଇଛି । ଦିଲ୍ଲୀ ସେବା ବିଲ୍ ସମର୍ଥନରେ ମୋଟ ୧୩୧ ଭୋଟ୍ ପଡ଼ିଥିଲା । ସେହିପରି ବିରୋଧରେ ୧୦୨ ଭୋଟ୍ ପଡ଼ିଥିଲା । କେନ୍ଦ୍ର ପକ୍ଷରୁ ଆଗତ ବିଲ୍ ସମର୍ଥନରେ ଅଧିକ ଭୋଟ ପଡ଼ିଥିଲା । ପୂର୍ବରୁ ଏହି ବିଲ୍ ଲୋକସଭାରେ ପାରିତ ହୋଇସାରିଛି । ଏବେ କେବଳ ରାଷ୍ଟ୍ରପତିଙ୍କ ପାଖକୁ ମଞ୍ଜୁରୀ ପାଇଁ ପଠାଯିବ । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପରେ ଏହା ଆଇନରେ ପରିଣତ ହୋଇଯିବ । ରାଜ୍ୟସଭାରେ ବିଲ୍ ଆଗତ ହେବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଲ୍ ସହ ସମ୍ବନ୍ଧିତ ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇଥିଲେ । ଉଭୟ ୱାଇଏସଆର୍ କଂଗ୍ରେସ ଓ ବିଜେଡିର ରାଜ୍ୟସଭାରେ ୯ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ଏହି ୧୮ ଜଣ ସଦସ୍ୟଙ୍କ ସମର୍ଥନ କେନ୍ଦ୍ରକୁ ମିଳିଥିଲା ।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ