ରାଜ୍ୟସଭାରେ ଦିଲ୍ଲୀ ସେବା ବିଲ୍ ପାରିତ । ରାଜ୍ୟସଭାରେ ସୋମବାର ଆଗତ ହୋଇଥିବା ଦିଲ୍ଲୀ ସେବା ବିଲ୍ ବହୁମତରେ ପାରିତ ହୋଇଯାଇଛି । ଦିଲ୍ଲୀ ସେବା ବିଲ୍ ସମର୍ଥନରେ ମୋଟ ୧୩୧ ଭୋଟ୍ ପଡ଼ିଥିଲା । ସେହିପରି ବିରୋଧରେ ୧୦୨ ଭୋଟ୍ ପଡ଼ିଥିଲା । କେନ୍ଦ୍ର ପକ୍ଷରୁ ଆଗତ ବିଲ୍ ସମର୍ଥନରେ ଅଧିକ ଭୋଟ ପଡ଼ିଥିଲା । ପୂର୍ବରୁ ଏହି ବିଲ୍ ଲୋକସଭାରେ ପାରିତ ହୋଇସାରିଛି । ଏବେ କେବଳ ରାଷ୍ଟ୍ରପତିଙ୍କ ପାଖକୁ ମଞ୍ଜୁରୀ ପାଇଁ ପଠାଯିବ । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପରେ ଏହା ଆଇନରେ ପରିଣତ ହୋଇଯିବ । ରାଜ୍ୟସଭାରେ ବିଲ୍ ଆଗତ ହେବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଲ୍ ସହ ସମ୍ବନ୍ଧିତ ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇଥିଲେ । ଉଭୟ ୱାଇଏସଆର୍ କଂଗ୍ରେସ ଓ ବିଜେଡିର ରାଜ୍ୟସଭାରେ ୯ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ଏହି ୧୮ ଜଣ ସଦସ୍ୟଙ୍କ ସମର୍ଥନ କେନ୍ଦ୍ରକୁ ମିଳିଥିଲା ।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା