ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇବେ। ହାଇକୋର୍ଟର ପୁରୁଣା କୋଠା ସମ୍ମିଳନୀ କକ୍ଷରେ ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ । ୨୦୨୨ ଜୁନ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ଅଛନ୍ତି । ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ ଅନୁସାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରକୁଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି। ଏନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପୂର୍ବରୁ ପ୍ରକାଶ ପାଇଛି। ଜଷ୍ଟିସ ଶୁଭାଶିଷ ତାଳପାତ୍ରଙ୍କ ନାମକୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୁପ୍ରିମକୋର୍ଟଙ୍କ କଲିଜିୟମ ସୁପାରିସ କରିଥିଲେ ।