ଭୁବନେଶ୍ୱର: ରୂପାନ୍ତରିତ ହେବ ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିର । ମନ୍ଦିରର ନବକଳେବର ପାଇଁ ମାଷ୍ଟରପ୍ଲାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୧୫ କୋଟି ୫୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି । ଫାଇଭ-ଟି ଉପକ୍ରମରେ ସମଗ୍ର ପୀଠର ରୂପାନ୍ତରଣ କରାଯିବ । ମନ୍ଦିରର ଉନ୍ନତିକରଣ ସହିତ ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ । ଗତ ଜୁନ୍ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ ପଞ୍ଚଲିଙ୍ଗେଶ୍ବର ମନ୍ଦିର ପରିଦର୍ଶନ କରି ଏହାର ଉନ୍ନତିକରଣ ପାଇଁ ମନ୍ଦିରର ସେବାୟତ, ପରିଚାଳନା କମିଟି ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରି ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ମାଷ୍ଟରପ୍ଲାନ ଅନୁସାରେ ସଂପୂର୍ଣ୍ଣ ପ୍ରକଳ୍ପକୁ ୪ଟି ଜୋନ୍ରେ ବିଭକ୍ତ କରାଯାଇ ବିକଶିତ କରାଯିବ ।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?