ଭୁବନେଶ୍ବର: ଇନ୍ଫୋସିସର ନୂତନ ବିଜନେସ୍ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର୍ (ବିପିଏମ୍) ଶାଖା ଆଜି ଭୁବନେଶ୍ବର ପଟିଆସ୍ଥିତ ଇନ୍ଫୋସିସ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ବିଗତ ଦୁଇ ଦଶନ୍ଧିଧରି ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଦୃଢ଼ ଏବଂ ସ୍ଥିର ଗତିରେ ବିକାଶ କରିଚାଲିଛି । ଏହାଦ୍ବାରା ରାଜ୍ୟର ଏକପ୍ରକାର କାୟାକଳ୍ପ ଘଟିବା ସହ ନବସୃଜନ ଓ ଅଭିନବ ଉଦ୍ୟମିତା ନୀତି ଜରିଆରେ ଗଭୀର ଆତ୍ମବିଶ୍ବାସର ଏକ ନୂଆ ପରିଭାଷା ସୃଷ୍ଟି ହୋଇପାରିଛି । ବିଗତ ଅଢ଼େଇ ଦଶନ୍ଧିରୁ ଅଧିକ ସମୟ ଧରି ଏହି ପ୍ରମୁଖ ଆଇ.ଟି. ସେବା ପ୍ରଦାନକାରୀ ସଂସ୍ଥାର ରାଜ୍ୟର ବିକାଶ, ରାଜସ୍ବ ବୃଦ୍ଧି ତଥା ନିଯୁକ୍ତି କ୍ଷେତ୍ରରେ ବହୁ ଉଲ୍ଲେଖନୀୟ ଅବଦାନ ରହିଛି । ଏହି ଅବସରରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ଫାଇବ୍-ଟି (5 T) ସଚିବ ଭି.କେ ପାଣ୍ଡିଆନ, ଇଲେକଟ୍ରୋନିକ୍ସ ତଥା ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର, ସ୍ବତନ୍ତ୍ର ସଚିବମାନସ ରଞ୍ଜନ ପଣ୍ଡା ଏବଂ ଅତିରିକ୍ତ ଶାସନ ସଚିବ ମନୋଜ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post