ପ୍ରଭାବିତ ହେବ ସମ୍ବଲପୁର-ଭୁବନେଶ୍ୱର ରେଳ ମାର୍ଗରେ ଟ୍ରେନ୍ ସେବା

ସମ୍ବଲପୁର: ସମ୍ବଲପୁର ସିଟି ଏବଂ ସମ୍ବଲପୁର ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟକ୍ଷମ ପାଇଁ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହାତକୁ ନିଆଯାଇଅଛି  । ଯେଉଁଥିପାଇଁ ସମ୍ବଲପୁର-ଭୁବନେଶ୍ୱର ରେଳ ମାର୍ଗରେ ଟ୍ରେନ୍ ସେବା ପ୍ରଭାବିତ ହେବ  । ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ କିଛି ଟ୍ରେନ ସେବାକୁ ସାମୟିକ ଭାବେ ବାତିଲ କରାଯାଇଥିବାବେଳେ କେତେକର ମାର୍ଗ ପରିବର୍ତ୍ତନ କରାଯାଇଅଛି  । ସେହିପରି କେତେକକୁ ଆଂଶିକ ପରିବର୍ତ୍ତନ କରାଯାଇଅଛି  ।