ଆଜିର ରାଶିଫଳ
ମେଷ
ଆଜି ଦ୍ୱିଜା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ଧାର କରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ରୋହିଣୀ ନକ୍ଷତ୍ରର ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ମନରେ ଆଲୋଡ଼ନ ସୃଷ୍ଟି କରିବ। ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ପୁନର୍ବସୁ ନକ୍ଷତ୍ରର ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
ଆଜିର କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଚାପ ଯୋଗୁ କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବ। ଆତ୍ମୀୟଙ୍କ ପାଇଁ ଯେଉଁ ଆଶା ନେଇ କାମ କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ବାଣିଜ୍ୟ,ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ପାରିବାରିକ ଅଶାନ୍ତି ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ସକାଳୁ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ମଘା ନକ୍ଷତ୍ର ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ରଚନାତ୍ମକ କାମ, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି କରିବେ।
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ। ଚିତ୍ରା ନକ୍ଷତ୍ରର ପିଲାମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ। ଆଶା ଓ ଅଭିଳାଷ ପୂରଣ ହେତୁ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ।
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭୋଗବିଳାସରେ ସହକର୍ମୀଙ୍କ ହସ୍ତେକ୍ଷପ ଫଳରେ ବାଧାବିଘ୍ନ ଘଟିପାରେ। ସ୍ବାତୀ ନକ୍ଷତ୍ର ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କଚେରି ମାମଲା କିମ୍ବା ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢ଼ିପାରେ।
ବିଛା