ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେଲା ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା । ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ ନିଆଯିବ । ୩୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଉନ୍ନତ ଅଭିଳାଷ (ନୂଆ) ଓଡ଼ିଶା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ କରିଛି । ଉନ୍ନତମାନର ପ୍ରଶିକ୍ଷଣ ପ୍ରଦାନ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ କରିବା ଏବଂ ନିଯୁକ୍ତି ଦକ୍ଷତା ବୃଦ୍ଧି କରି ଦକ୍ଷ ମାନବ ସମ୍ବଳ ଅଭାବକୁ ଦୂର କରିବା ଦିଗରେ ଏହି ଯୋଜନା କାର୍ଯ୍ୟ କରିବ । ପାରମ୍ପରିକ କ୍ଷେତ୍ର ହସ୍ତଶିଳ୍ପ, ହସ୍ତତନ୍ତ, କୃଷି ଇତ୍ୟାଦିରେ ନୂତନ ଜ୍ଞାନକୌଶଳର ବ୍ୟବହାରରେ ଥିବା ଦକ୍ଷତା ବ୍ୟବଧାନକୁ ଦୂର କରିବାରେ ଏହା ସହାୟକ ହେବ । ଏଥିରେ ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା, ଛାତ୍ରଛାତ୍ରୀଙ୍କ ପାଇଁ ଆଡ୍ ଅନ୍ ସ୍କିଲ୍ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୁବକମାନଙ୍କ ପାଇଁ ଡିଜିଟାଲ ଓ ଇ-ପାଠ୍ୟକ୍ରମ, ବିଭିନ୍ନ ଅନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ପାଇଁ ନିଯୁକ୍ତି ଦକ୍ଷତା ଇତ୍ୟାଦି ରଖାଯିବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ