ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଷଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ ଶହୀନ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ୱାଧୀନତା ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା । ଭାରତ ଏକ ପ୍ରମୁଖ ଶକ୍ତି ଭାବେ ନିଜକୁ ପ୍ରତିଷ୍ଠା କରିପାରିଛି । ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶା ଅଗ୍ରଗତି କରିଛି । ଓଡ଼ିଶାର ଅର୍ଥନୀତି ମଜଭୁତ ହୋଇଛି, କୋଟି କୋଟି ଟଙ୍କାର ପୁଞ୍ଜି ଆସୁଛି ।
୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି। #ସ୍ବାଧୀନତାଦିବସ pic.twitter.com/9UXlO0aXiX
— I & PR Department, Odisha (@IPR_Odisha) August 15, 2023