ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜିଠାରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ ।