ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଗ୍ରହୀ ଯୋଗ୍ୟ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ୨୮ ତାରିଖ ସୁଦ୍ଧା ଆବେଦନ କରିପାରିବେ। ସେପ୍ଟେମ୍ବର ୪ରେ ପ୍ରଥମ ଚୟନ ତାଲିକା ପ୍ରକାଶ ପାଇବ ଏବଂ ୫ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ଯୋଗ୍ୟ ଛାତ୍ରଛାତ୍ରୀ ୭ ତାରିଖ ସୁଦ୍ଧା ଚୟନ ହୋଇଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରିପୋର୍ଟିଂ କରିବେ। ୧୨ ତାରିଖରେ ଅନ୍ଲାଇନ୍ ସ୍ପଟ୍ ସିଲେକ୍ସନ ମେରିଟ୍ ଲିଷ୍ଟ ପ୍ରକାଶ ପାଇବା ସହ ୧୩ ଓ ୧୪ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ଏହାପରେ ଯଦି ସିଟ୍ ଖାଲି ପଡ଼େ ତେବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅପେକ୍ଷାରତ ତାଲିକାରେ ଥିବା ପ୍ରାର୍ଥୀଙ୍କ ପଞ୍ଜିକରଣ ୧୫ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ୩୦ ମଧ୍ୟରେ ହେବା ସହ ୪ଟା ୩୦ରେ ତାଲିକା ପ୍ରକାଶ କରାଯିବ। ଆବେଦନ ପୂର୍ବରୁ ଛାତ୍ରଛାତ୍ରୀ ନିୟମାବଳୀକୁ ଭଲ ଭାବେ ପଢ଼ିବାକୁ ପରାମର୍ଶ ଦିଆଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post