ଚନ୍ଦ୍ରଠାରୁ ମାତ୍ର ୧୬୩ କିଲୋମିଟର ଦୂରରେ ରହିଛି ଚନ୍ଦ୍ରଯାନ-୩ । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ । ଚନ୍ଦ୍ରଯାନ-୩ରୁ ବିକ୍ରମ ଲ୍ୟାଣ୍ଡର ସଫଳତାର ସହ ଅଲଗା ହୋଇଛି । ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ । ଇସ୍ରୋ ପକ୍ଷରୁ ଟ୍ବିଟ୍ କରି କୁହାଯାଇଛି ଯେ ଲ୍ୟାଣ୍ଡର ମଡ୍ୟୁଲ (ଏଲ୍ଏମ୍) ସଫଳତାର ସହ ପ୍ରପଲ୍ସନ ମଡ୍ୟୁଲ୍ (ପିଏମ୍)ଠାରୁ ଅଲଗା ହୋଇଛି। ଏଲ୍ଏମ୍ ସାମାନ୍ୟ ନିମ୍ନତର କକ୍ଷପଥକୁ ଯିବା ସହ ତା’ର ଗତିବେଗ ହ୍ରାସ କରାଯିବ। ଇସ୍ରୋ ପକ୍ଷରୁ କୁହାଯାଇଛି ଯେ, ମୂଳଯାନରୁ ଅଲଗା ହେବା ପରେ ଲ୍ୟାଣ୍ଡରର ଗତିବେଗ ହ୍ରାସ କରାଯିବ ଏବଂ ଚନ୍ଦ୍ରପୃଷ୍ଠରୁ ସର୍ବନିମ୍ନ ୩୦ କିମି ଓ ସର୍ବାଧିକ ୧୦୦ କିମି ଦୂରରେ ରହି ଏହା ଅଣ୍ଡାକାର କକ୍ଷପଥରେ ଚନ୍ଦ୍ରର ପରିକ୍ରମଣ କରିବ। ଏହି କକ୍ଷପଥରୁ ଏହା ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼