ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଗାନ୍ଧୀଜୀ ସ୍ୱାସ୍ଥ୍ୟକୁ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବିବେଚନା କରୁଥିଲେ ଯେ ଏହାକୁ ନେଇ ସେ “କୀ ଟୁ ହେଲ୍ଥ” ନାମରେ ପୁସ୍ତକ ରଚନା କରିଥିଲେ। ସେ କହିଥିଲେ ଯେ ସୁସ୍ଥ ରହିବା ଅର୍ଥ ହେଲା ଜନତାଙ୍କର ମନ ଓ ଶରୀର ସନ୍ତୁଳିତ ଓ ଖୁସିର ସହ ରହିବା ଦରକାର । ଏହା ଅର୍ଥ ହେଉଛି ସ୍ୱାସ୍ଥ୍ୟ ହେଉଛି ଜୀବନର ଭିତ୍ତିଭୂମି। ପ୍ରଧାନମନ୍ତ୍ରୀ କହିଥିଲେ ସ୍ୱାସ୍ଥ୍ୟ ହିଁ ଅମୂଲ୍ୟ ସମ୍ପଦ ଏବଂ ଉତ୍ତମ ସ୍ୱାସ୍ଥ୍ୟ ସହ ପ୍ରତ୍ୟେକ କାର୍ଯ୍ୟ ହାସଲ କରିହେବ। ଉପସ୍ଥିତ ଅତିଥିଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ଦେଶର ୨.୧ ନିୟୁତ ଡାକ୍ତର, ୩.୫ ନିୟୁତ ସେବିକା, ୧.୩ ନିୟୁତ ତାଲିମପ୍ରାପ୍ତ ସ୍ୱାସ୍ଥ୍ୟ ସେବକ ଓ ୧.୬ ନିୟୁତ ଫାର୍ମାସିଷ୍ଟ ଓ ଲକ୍ଷାଧିକ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ଯତ୍ନ କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ପକ୍ଷରୁ ସେମାନଙ୍କୁ ସ୍ୱାଗତ ଜଣାଇ ଥିଲେ।