ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍ ତଥା ଉଦ୍ୟୋଗୀ ବିକାଶ ଖାନ୍ନା । ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନ୍ୟୁୟର୍କ ସହରର ଟାଇମ୍ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାରେ ରହିଥିଲେ । ସୋସିଆଲ ମିଡିଆରେ ତାଙ୍କୁ ଢ଼େର ପ୍ରଶଂସା କରାଯାଇଥିଲା । ଆଲୋଚନା ସମୟରେ ସେ ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ବିକାଶ ଖାନ୍ନାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ