ଭୁବନେଶ୍ବର ମହାନଗର ନିଗମରେ ୪୧୬ଟି ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ବର: କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ବ ନିୟମିତ ଭାବେ ବଢିଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ଭୁବନେଶ୍ବର ମହାନଗର ନିଗମ ରାଜ୍ୟର ସବୁଠାରୁ ବୃହତ ସ୍ବୟତ୍ତ ଶାସନ ଅନୁଷ୍ଠାନ । ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସଂପନ୍ନ ସହରର ଐତିହାସିକ ମର୍ଯ୍ୟଦାର ସୁରକ୍ଷା ଦିଗରେ ଭୁବନେଶ୍ବର ମହାନଗର ନିଗମର ଗୁରୁଦାୟିତ୍ବ ରହିଛି ।
ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ବିଏମସିରେ ୨୧୦ଟି ଅନୁମୋଦିତ ପଦବୀ ଥିବାବେଳେ, ଏହି ଅତିରିକ୍ତ ୪୧୬ଟି ପଦବୀ ସୃଷ୍ଟି ଦ୍ବାରା ଏହାର ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଲା ।