ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରି ଚିକିତ୍ସା ସହାୟତା ପାଇଁ ପରିବାର ସଦସ୍ୟଙ୍କୁ ଏକ ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଥିଲେ।