ଭୁବନେଶ୍ୱର: ବିଜେଡି ହିଁସାରେ ବିଶ୍ବାସ କରେନାହିଁ । କାଲି ଯେଉଁ ବିଧାୟକ ବିରୋଧରେ ବିଜେପି ହିଁସା କରୁଥିବା ଅଭିଯୋଗ ଆଣୁଥିଲା । ଆଜି ସେହି ବିଧାୟକ ବିଜେପି ସହ ଗେଲା ପୁଅ ଭଳି ମିଶୁଛନ୍ତି । ଏମିତି କିଛି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର | ସସ୍ମିତ କହିଛନ୍ତି ଯେ ପ୍ରଶାନ୍ତ ଖୁବ ଶୀଘ୍ର ବିଜେପିରେ ମିଶିବେ | ସେ କହିଛନ୍ତି ଯେ ବିଜେଡି କୌଣସି ହିଂସାରେ ବିଶ୍ୱାସ କରେନାହି । କୌଣସି ଅପ୍ରୀତିକର ଘଟଣା ଘଟିନାହିଁ । ଯଦି ହୋଇଥାନ୍ତା ବିଜେଡି କାର୍ଯ୍ୟାନୁଷ୍ଠାନ ନେଇଥାନ୍ତା । ବାଲୁଗାଁ ଚିଲିକାରେ ୮ ସେପ୍ଟେମ୍ବର ୨୦୨୧ ରେ ବିଜେଡିରେ ଥିବା ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପି ନଗର ମଣ୍ଡଳ ସଭାପତିଙ୍କୁ ବାଡ଼ଉଥିବା ଘଟଣା ସାମ୍ନାକୁ ଆସିବା ପରେ ତାଙ୍କୁ ସଙ୍ଗେ ସଙ୍ଗେ ଦଳରୁ ମୁଖ୍ୟମନ୍ତ୍ରୀ ନିଲମ୍ବନ କରିଥିଲେ । ଏଭଳି ଅଭିଯୋଗ ସେତେବେଳେ ବିଜେପି ଆଣିଥିଲା । ଆଉ ମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ । ତେବେ ବିଜେପି ସାଂସଦ ଏବଂ କେନ୍ଦ୍ରମନ୍ତ୍ରୀ ଯେଉଁ ଅଭିଯୋଗ ଆଣୁଛନ୍ତି ସେଥିରେ କିଛି ସତ୍ୟତା ନାହିଁ । ସାଂସଦ ଅପରାଜିତା ଷଡ଼ଙ୍ଗୀ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବେଳେ ହିଁସା ସୃଷ୍ଟି କରାଯାଉଥିବା ଅଭିଯୋଗ ଆଣିଥିଲେ । ଏହାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମର୍ଥନ କରିିଥିଲେ ।
Trending
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ