ରାସନ କାର୍ଡରେ ନାଁ ନଥିଲେ ମଧ୍ୟ ଚିକିତ୍ସାରୁ ବଞ୍ଚିତ ହେବେନି ୫ରୁ ୧୮ ବର୍ଷର ପିଲା

ରାସନ କାର୍ଡରେ ନାଁ ନଥିଲେ ମଧ୍ୟ ଚିକିତ୍ସାରୁ ବଞ୍ଚିତ ହେବେନି ୫ରୁ ୧୮ ବର୍ଷର ପିଲା  । ବିଏସକେଓ୍ବାଇ ଯୋଜନାରେ ଅନ୍ତର୍ଭୁକ୍ତ ପରିବାରର ଛୋଟ ପିଲାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ୫ରୁ ୧୮ ବର୍ଷର ପିଲାଙ୍କୁ ମିଳିବ ବଡ଼ ଫାଇଦା । ରାସନ କାର୍ଡରେ ନାଁ ନଥିଲେ ବି ସେମାନେ ଚିକିତ୍ସାରୁ ବଞ୍ଚିତ ହେବେନି । ଯେଉଁମାନଙ୍କ ନାଁ ଏନଏଫଏସଏ ବା ଏଫଏସଏସ ଡାଟା ବେସରେ ମଧ୍ୟ ନାଁ ନାହିଁ ସେମାନଙ୍କ ଚିକିତ୍ସା ମଧ୍ୟ ସୁରୁଖୁରରେ ହୋଇପାରିବ । ଉପଯୁକ୍ତ ତଥ୍ୟ ପ୍ରଦାନ କରି ନିଜ ପିଲାଙ୍କ ନାମ ସାମିଲ କରିପାରିବେ ଅଭିଭାବକ । ଏନେଇ ବିଏସକେଓ୍ବାଇ ସହ ଜଡ଼ିତ ହୋଇଥିବା ସବୁ ମେଡିକାଲକୁ ଚିଠି ଲେଖି ଅବଗତ କରାଇଛନ୍ତି ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଗତ କିଛି ଦିନ ହେଲା ଏଭଳି ସମସ୍ୟା ଦେଖାଦେଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ଜାଣିବାକୁ ପାଇଥିଲା । ପିଲାଙ୍କ ନାମ ରାସନ କାର୍ଡରେ ପଞ୍ଜିକୃତ ହୋଇନଥିବାରୁ ବିଏସକେଓ୍ବାଇ ଚିକିତ୍ସା ମିଳିପାରୁନଥିଲା ।