ଲୋକସଭା ନିର୍ବାଚନରେ ବିଜେପିକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ୨୬ଟି ଦଳ ଇଣ୍ଡିଆନ ନ୍ୟାସନାଲ ଡେମୋକ୍ରାଟିକ ଇନ୍କଲୁସିଭ ଆଲାଏନ୍ସ (ଇଣ୍ଡିଆ) ଗଠନ କରିଛନ୍ତି | ବିରୋଧୀ ଦଳର ପ୍ରଥମ ବୈଠକ ୨୩ ଜୁନ୍ ଦିନ ପାଟନାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ଆୟୋଜନ କରିଥିଲେ। ଏହି ବୈଠକ ପରେ ବିରୋଧୀ ଦଳମାନଙ୍କ ପକ୍ଷରୁ ନୀତିଶ ଏହି ମେଂଟର ସଂଯୋଜକ ହେବେ ବୋଲି ଆଲୋଚନା ହେଉଥିଲା । ବେଙ୍ଗାଲୁରୁ ବୈଠକରେ ବିରୋଧୀ ଦଳ ୟୁପିଏ ବଦଳରେ ନୂତନ ନାମ ଘୋଷଣା କରିଥିଲେ । ତେବେ ବର୍ତ୍ତମାନର ତାଜା ସୂଚନା ମୁତାବକ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ବିରୋଧୀ ଦଳ ‘ଇଣ୍ଡିଆ’ର ସଂଯୋଜକ କରାଯାଇପାରେ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post