ପରିବାରବାଦକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନକୁ ନେଇ ସମାଲୋଚନା କରିଛି ବିଜେଡି । ପରିବାରବାଦ ଉପରେ ଧର୍ମେନ୍ଦ୍ରଙ୍କ ମନ୍ତବ୍ୟ ହାସ୍ୟାସ୍ପଦ କହିଲା ବିଜେଡି । ଧର୍ମେନ୍ଦ୍ର ବି ପାରିବାରିକ ରାଜନୀତିରୁ ଆସିଛନ୍ତି ଏବଂ ରାଜନୈତିକ ପରିବାରର ସୁବିଧାକୁ ଉପଭୋଗ କରିଛନ୍ତି । ଓଡିଶାବାସୀ ଭୋଟ ନଦେବାରୁ ଗଳାବାଟ ଦେଇ ରାଜ୍ୟସଭା ଯାଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡାଇ । ମୁଁ ଏକ ରାଜନୈତିକ ପରିବାରରୁ ଆସିଛି ହେଲେ ବ୍ୟକ୍ତିଗତ ସ୍ତରରେ କଠିନ ପରିଶ୍ରମ ପାଇଁ, ଜନତା ମୋତେ ଲଗାତାର ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବାକୁ ଆଶୀର୍ବାଦ କରିଛନ୍ତି ବୋଲି ସେ କହିଛନ୍ତି । ଦୁଇଟି ନିର୍ବାଚନ ହାରିବା ପରେ ଧର୍ମେନ୍ଦ୍ର ଗଳାବାଟ ଜରିଆରେ ବିହାର ଏବଂ ମଧ୍ୟପ୍ରଦେଶ ଭଳି ଅନ୍ୟରାଜ୍ୟରୁ ରାଜ୍ୟସଭାକୁ ଯାଇଛନ୍ତି । ତେଣୁ ପରିବାରବାଦ ଉପରେ ଅନ୍ୟ ଉପରକୁ କହିବା ପୂର୍ବରୁ ନିଜ କଥା ଦେଖିବା ଦରକାର ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post