୨୨ ରୁ ବିଧାନସଭା,୨୧ ତାରିଖରେ ବାଚସ୍ପତି ନିର୍ବାଚନ

ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ୧୮ ତାରିଖରେ ନାମାଙ୍କନ ପତ୍ର ଦାଖଲ ହେବ । ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହା ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ । ଅକ୍ଟୋବର ୩ ରେ ଗୃହରେ ଅତିରିକ୍ତ ବଜେଟ ଆଗତ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଏହି ସୂଚନା ମିଳିଛି ।

ରାଜନୈତିକ ଘଟଣାକ୍ରମରେ ଗତ ମେ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରିମଣ୍ଡଳକୁ ଫେରାଇ ଆଣି ଗୁରୁତ୍ୱପୂର୍ଣ୍ଣ ଅର୍ଥ ବିଭାଗର ଦାୟିତ୍ୱ ଦେଇଥିଲେ ।