ନୂଆଦିଲ୍ଲୀ : କେନ୍ଦ୍ର ସରକାର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏକ ପୋଷ୍ଟରେ କହିଛନ୍ତି ଯେ ସଂସଦର ସ୍ୱତନ୍ତ୍ର ଅଧିବେଶନ ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ୫ଟି ବୈଠକ ଅନୁଷ୍ଠିତ ହେବ। ନୂଆ ସଂସଦରେ ଏହି ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ । ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଅଧିବେଶନରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଆଗତ ହେବ। ଏହି ବିଲ୍ ଯୋଗୁଁ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି। ପ୍ରହ୍ଲାଦ ଯୋଶୀ ଲେଖିଛନ୍ତି ଯେ ମୁଁ ଅମୃତ କାଳ ମଧ୍ୟରେ ସଂସଦରେ ଅର୍ଥପୂର୍ଣ୍ଣ ଆଲୋଚନା ଏବଂ ବିତର୍କକୁ ଅପେକ୍ଷା କରିଛି । ତେବେ ସରକାରଙ୍କ କଣ ଉଦ୍ଦେଶ୍ୟ ତାହା ବୁଝାପଡୁନାହିଁ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ