ଓଡ଼ିଶାରେ ଗଡ଼ିବାକୁ ଯାଉଛି ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ଆସନ୍ତା ୩୦ ତାରିଖ ସୁଦ୍ଧା ପୁରୀ- ରାଉରକେଲା ମଧ୍ୟରେ ଏହି ଅତ୍ୟାଧୁନିକ ଦ୍ରୁତଗାମୀ ଟ୍ରେନ୍ ଚାଲିବ। ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରେ ପୁରୀ- ରାଉରକେଲା ମଧ୍ୟରେ ପରୀକ୍ଷାମୂଳକ ରନିଂ କରାଯିବ ବୋଲି ଜଣାପଡ଼ିଛି। ଆଜି ଚେନ୍ନାଇରୁ ବାହାରିଥିବା ୮ କୋଚ୍ ବିଶିଷ୍ଟ ବନ୍ଦେ ଭାରତ ଏକ୍ସପ୍ରେସ୍ ଖୋର୍ଦ୍ଧା ଡିଭିଜନ ଅନ୍ତର୍ଗତ ପୁରୀର ସାକ୍ଷୀଗୋପାଳରେ ପହଞ୍ଚିଛି। ପରୀକ୍ଷାମୂଳକ ରନିଂ ପାଇଁ ପ୍ରକାଶିତ ସାରଣୀ ଅନୁଯାୟୀ ୨୦୮୩୬ (ପୁରୀ-ରାଉରକେଲା) ବନ୍ଦେ ଭାରତ ଏକ୍ସପ୍ରେସ୍ ସକାଳ ପ୍ରାୟ ୫ଟାରେ ପୁରୀ ଷ୍ଟେସନ ଛାଡ଼ିବ। ୫ଟା ୪୨ ମିନିଟ୍ରେ ଖୋର୍ଦ୍ଧାରୋଡ୍, ୬ଟା ୪ ମିନିଟ୍ରେ ଭୁବନେଶ୍ବର, ୬ଟା ୩୪ ମିନିଟ୍ରେ କଟକ ଷ୍ଟେସନରେ ପହଞ୍ଚିବ। ସେମିତି ସକାଳ ୭ଟା ୨୪ ମିନିଟ୍ରେ ଢେଙ୍କାନାଳ, ୮ଟା ୧୪ ମିନିଟ୍ରେ ଅନୁଗୁଳ, ୧୦ଟା ୧୮ ମିନିଟ୍ରେ ସମ୍ବଲପୁର ସିଟି, ୧୧ଟା ୨୩ ମିନିଟ୍ରେ ଝାରସୁଗୁଡ଼ା, ଅପରାହ୍ନ ୧୨ଟା ୪୫ ମିନିଟ୍ରେ ରାଉରକେଲା ଷ୍ଟେସନରେ ପହଞ୍ଚିବ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post