ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପୂର୍ବତନ ବାଚସ୍ପତି ତଥା ବର୍ତ୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବିଭାଗରେ ମନ୍ତ୍ରୀଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ସୂର୍ଯ୍ୟ ପାତ୍ର । ୧୯୭୭ରେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ ଜଣେ ସଫଳ ରାଜନେତା ଭାବେ ଓଡ଼ିଶା ରଜନୀତିରେ ଛାପ ଛାଡ଼ିଛନ୍ତି । ବ୍ରହ୍ମପୁର ମୁନିସିପାଲିଟିର କାଉନସିଲ ଭାବେ ରାଜନୀତିରେ ପ୍ରବେଶ କରିଥିଲେ । ସୂର୍ଯ୍ୟ ପାତ୍ର ଥରେ ବାଚସ୍ପତି ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୧୧୯୦ ରୁ ୨୦୦୦ ଜନତା ଦଳ ଟିକେଟରୁ ନିର୍ବାଚନ ଲଢିଥିଲେ ସେତବେଳେ ଗଜପତି କିଲ୍ଲା ମୋହନାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳରୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର ୧୯୯୦ରେ ବିଧାୟକ ହେବାପରେ ବିଜୁ ପଟ୍ଟନାୟକ ସରକାରରେ ଜଙ୍ଗଲ, ମତ୍ସ୍ୟ ଓ ପଶୁସମ୍ପଦ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରାୟ ୬ମାସ ପାଇଁ କାର୍ଯ୍ୟ କରିଥିଲେ ।
ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଗଞ୍ଜାମବାସୀଙ୍କ ସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ସର୍ବଦା ସ୍ମରଣୀୟ ରହିବ। ବିଜୁ ଜନତା ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହା…
— Naveen Patnaik (@Naveen_Odisha) September 2, 2023
ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ।… pic.twitter.com/mJXbhrGPZU
— I & PR Department, Odisha (@IPR_Odisha) September 2, 2023
ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ଜଣାଇଛନ୍ତି। ସ୍ବର୍ଗତ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ଏଥି ସହିତ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।
Paid my last respects to the mortal remains of former speaker of the Odisha Legislative Assembly Shri Surjya Narayan Patro. His passing away is an irreparable and a personal loss for me. May Mahaprabhu Jagannath grant him Sadgati!
Om Shanti 🙏 pic.twitter.com/pjn02MVsGk
— Dharmendra Pradhan (@dpradhanbjp) September 2, 2023
ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି ଶ୍ରୀ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସେ ଜଣେ ଭଲ ବନ୍ଧୁ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ। ଓଡ଼ିଶାର ରାଜନୈତିକ କ୍ଷେତ୍ରରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ।