୬ ରାଜ୍ୟର ୭ ବିଧାନସଭା ଆସନରେ ଚାଲିଛି ଉପନିର୍ବାଚନ
ନୂଆଦିଲ୍ଲୀ: ୬ ରାଜ୍ୟର ୭ ବିଧାନସଭା ଆସନରେ ଉପନିର୍ବାଚନ । ଆସନ୍ତା ୮ ତାରିଖରେ ଭୋଟ ଗଣତି ହେବ । ଝାଡଖଣ୍ଡର ଡୁମରି ଓ ବକ୍ସରନଗର, ତ୍ରିପୁରାର ଧାନପୁର, ପଶ୍ଚିମବଙ୍ଗର ଧୁପଗୁରୀ, ଉତ୍ତରପ୍ରଦେଶର ଘୋଶି, ଉତ୍ତରାଖଣ୍ଡର ବାଗେଶ୍ବର ଓ କେରଳର ପୁଥୁପଲ୍ଲୀ ଆସନ ପାଇଁ ଚାଲିଛି ଭୋଟିଂ । 5ଆସନରେ ବିଧାୟକଙ୍କ ମୃତ୍ୟୁ ହୋଥିବା ବେଳେ ଦୁଇ ଜଣ ନିଜ ଆସନରୁ ଇସ୍ତଫା ଦେଇଛନ୍ତି । ବିଜେପି ନେତୃତ୍ଵାଧୀନ ଏନଡିଏ ଓ ନବଗଠିତ ବିରୋଧୀ ମେଣ୍ଟ ଇଣ୍ଡିଆ ମଧ୍ୟରେ ଏହା ହେଉଛି ପ୍ରଥମ ନିର୍ବାଚନ ଲଢେଇ ।