ଓଡ଼ିଆ ବିଶ୍ବବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକୋତ୍ତର ଓଡ଼ିଆ ପାଠ୍ୟକ୍ରମର ଶୁଭାରମ୍ଭ
ଭୁବନେଶ୍ବର: ଓଡ଼ିଆ ବିଶ୍ବବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକୋତ୍ତର ଓଡ଼ିଆ ପାଠ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଓଡ଼ିଆ ବିଶ୍ବବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ପାଇଁ ନାମଲେଖା ଶେଷ ହୋଇଛି । ୩ଟି ବିଭାଗରେ ୭୨ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ସ୍ଥାୟୀ କ୍ୟାମ୍ପସ ନିର୍ମାଣ ଚାଲିଥିବବେଳେ ଆଜିଠାରୁ ଅସ୍ଥାୟୀ ଭାବେ ପାନ୍ଥଶାଳାରେ ଆରମ୍ଭ ହୋଇଛି ପାଠପଢା । ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଆ ବିଶ୍ବବିଦ୍ୟାଳୟକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ବିଶ୍ବବିଦ୍ୟାଳୟ କୁଳପତି ଡ. ସବିତା ପ୍ରଧାନ, ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ରମାକାନ୍ତ ନାୟକ, ସ୍ଥାନୀୟ ବିଧାୟକ ଉମାକାନ୍ତ ସାମନ୍ତରାୟ, ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଏଡିଏମଙ୍କ ସହିତ ସ୍ଥାନୀୟ ବୁଦ୍ଧିଜୀବୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।