ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର: ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ବୁଧବାର ୨୦ ସେପ୍‌ଟେମ୍ବର ଦିବା ୧୦ଟା ୨୭ମିନିଟରୁ ୧୦ଟା ୪୨ମିନିଟ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ ନିମ‌ନ୍ନେ ଲଗ୍ନଧାର୍ଯ୍ୟ କରାଯାଇଛି। ରାଜାରାଜୁଡ଼ା ଅମଳରୁ ଚାଲି ଆସୁଥିବା ପରମ୍ପରା ଅନୁସାରେ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତମାନଙ୍କୁ ଲଗ୍ନ ନିର୍ଦ୍ଧାରଣ ନିମନ୍ତେ ନିମନ୍ତ୍ରଣ କରାଯାଇଥିଲା।ମହାପ୍ରଭୁ ଜଗନ୍ନାଥଙ୍କ ଠାରେ ପୂଜକ ସନ୍ତୋଷ ପୂଜାରୀଙ୍କ ପୂଜାର୍ଚ୍ଚନା ପରେ ପଣ୍ଡିତମଣ୍ଡଳୀ ଦ୍ବାରା ଲଗ୍ନ ବାହାର କରାଯାଇଥିଲା।