ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ବର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନେଇ  ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଭୋଟର ତାଲିକାରେ ନାମ ପଞ୍ଜିକରଣ ସମୟରେ ଜଣେ ହେଲେ ଯୋଗ୍ୟ ଭୋଟର ଯେପରି ତାଲିକାରୁ ବାଦ ନପଡ଼ନ୍ତି ସେଥିପ୍ରତି ସଜାଗ ରହିବାକୁ ନିର୍ବାଚନ ଆୟୋଗଙ୍କ ଡେପୁଟି କମିଶନର ସମୀକ୍ଷା ବୈଠକରେ ଗୁରୁତ୍ବାରୋପ କରିଥିଲେ । ସେହିପରି ମୃତ ବ୍ୟକ୍ତିଙ୍କ ନାମ ଭୋଟର ତାଲିକାରୁ ବାଦ ଦେବାକୁ ବୈଠକରେ ଉପସ୍ଥିତ ଜିଲ୍ଲାପାଳଙ୍କ ସହ ଆଲୋଚନ କରାଯାଇଛି । ଭୋଟରମାନେ ନିଜେ ଭୋଟର ହେଲପ୍ଲାଇନ୍ ଆପ୍ କିମ୍ବା ଏନ୍‌ଭିଏସ୍‌ପି  ପୋର୍ଟାଲରେ ଅନ୍‌ଲାଇନ୍‌ ମାଧ୍ୟମରେ ଘରେ ରହି ତାଲିକାରେ ନାମ ଯୋଗ, ତାଲିକାରୁ ନାମ ବାଦ୍ଦେବା, ସ୍ଥାନାନ୍ତର ଏବଂ ତ୍ରୁଟି ସଂଶୋଧନ କରିପାରିବୋ ଏକ ସଠିକ୍ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଉପରେ ସମୀକ୍ଷା ବୈଠକରେ ଗୁରୁତ୍ୱାରୋପ କରାଯାଇଛିା