ଜଣେ ଯୁବତୀଙ୍କୁ ହତ୍ୟା କରି ଦୟାନଦୀରେ ଫିଙ୍ଗି ଦିଆଯାଇଛି। ତାଙ୍କର ହାତ ଗୋଡ଼ ବନ୍ଧା ଯାଇଛି। ଯୁବତୀଙ୍କ ପରିଚୟ ମିଳିପାରି ନାହିଁ। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଜଣାପଡିଛି। ଗଦିଶାଗଦା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଜଣେ ଯୁବତୀଙ୍କ ମୃତ ଦେହ ନୂଆଗାଁ ନିକଟ ଦୟାନଦୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆ ଯାଇଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ଯୁବତୀଙ୍କ ବୟସ ୨୫ ରୁ ୩୦ ବର୍ଷ ମଧ୍ୟରେ ହେବ। ଏକ ଆଖା ଭିତରୁ ଯୁବତୀଙ୍କ ମୃତ ଦେହ ମିଳିଥିବା ସ୍ଥାନୀୟ ଅଧିବାସୀ କହିଛନ୍ତି। ଘନ ଅନ୍ଧକାର ଯୋଗୁ ତଦନ୍ତ ବାଧାପ୍ରାପ୍ତ ହୋଇଥିଲା। ଏହି ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। କିଛି ବର୍ଷ ତଳେ ପୁରୀର ଜଣେ ମହିଳାଙ୍କୁ ହତ୍ୟା କରି ଦୟାନଦୀରେ ଫିଙ୍ଗି ଦିଆଯାଇ ଥିଲା। ମହିଳାଙ୍କ ଶବ ଚିହ୍ନଟ ପରେ ପୁଲିସ ତାଙ୍କ ସ୍ବାମୀଙ୍କ ସମେତ ୩ ଜଣଙ୍କୁ ଗିରଫ କରିଥିଲା। ତେଣୁ ବୁଧବାର ରାତିରେ ଆଉ ଜଣେ ଯୁବତୀଙ୍କ ମୃତ ଦେହ ଦୟାନଦୀ କୂଳରୁ ମିଳିବା ଘଟଣା ପୁଲିସ ପାଇଁ ଏକ ଚାଲେଞ୍ଜ ହୋଇଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post