ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲୋକେସନ୍ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍ ଇନିସିଏଟିଭ୍ (ଲକ୍ଷ୍ମୀ) ଉପରେ ମୋହର ଲାଗିଛି। ଏହି ଯୋଜନାରେ ମହିଳା ସଶକ୍ତୀକରଣକୁ ପ୍ରାଥମିକତା ଦିଆଯିବ। ମିସନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ପାଇଁ ପ୍ରୋତ୍ସାହନ କରାଯିବ ଏବଂ ସେମାନଙ୍କୁ ବିଭିନ୍ନ କାର୍ଯ୍ୟ ସହିତ ରକ୍ଷଣାବେକ୍ଷଣ ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ କରାଯିବ। ଜମି କିସମ ପରିବର୍ତ୍ତନ ଆଇନରେ ହେବ ସଂଶୋଧନ । ରାଜସ୍ବ ବିଭାଗର ଏହି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ମାରିଛି । ସେହିପରି MIP ଓ ଟ୍ୟାଙ୍କର ଉନ୍ନତିକରଣ ପାଇଁ ନୂଆ ଯୋଜନା ହୋଇଛି । ଓଡ଼ିଶା GSTରେ ହେବ ସଂଶୋଧନ । ଯୋଗାଣ ନିରୀକ୍ଷକ ନିଯୁକ୍ତି ଓ ସର୍ତ୍ତାବଳୀରେ ସଂଶୋଧନ କରାଯିବ । ଜୁନିଅର ଷ୍ଟେନୋ, ଟାଇପିଷ୍ଟ ଓ ଡାଟାଏଣ୍ଟ୍ରି ପାଇଁ ହେବ ମିଳିତ ପରୀକ୍ଷା । ଏଥିପାଇଁ ୨୦୨୨ ଅଧିନିୟମରେ ହେବ ସଂଶୋଧନ । ରାଜ୍ୟ ସରକାର ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ପାଇଁ ନୂଆ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି। ୨୦୨୩-୨୪ ଖରିଫ ବିପଣନ ବର୍ଷରେ ମୋଟ ୫୪ଲକ୍ଷ ମେଟ୍ରିକ ଟନ୍ ଚାଉଳ(୭୯ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ କରାଯିବ। ଖରିଫ ବର୍ଷ-୨୦୨୨-୨୩ରେ ମୋଟ ୭୯.୧୬ଲକ୍ଷ ମେଟ୍ରିକ ଟନ୍ ଧାନ(୫୩.୫୭ ଲକ୍ଷ ମେଟ୍ରିକ ଟନ୍ ଚାଉଳ) ସଂଗ୍ରହ କରାଯାଇଥିଲା। ସେହିପରି ରାଜ୍ୟ ପୂର୍ତ୍ତ ଓ ଆର୍ଡି ବିଭାଗ ଅଧୀନ ସବୁ ଟୋଲ୍ ଗେଟ୍ ଉଚ୍ଛେଦ ହେବ ବୋଲି ଜଣାଯାଇଛି। ରାଜ୍ୟର ସମସ୍ତ ୩୫ଟି ଟୋଲ୍ ଗେଟ୍ ଉଚ୍ଛେଦକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post