ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲୋକେସନ୍ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍ ଇନିସିଏଟିଭ୍ (ଲକ୍ଷ୍ମୀ) ଉପରେ ମୋହର ଲାଗିଛି। ଏହି ଯୋଜନାରେ ମହିଳା ସଶକ୍ତୀକରଣକୁ ପ୍ରାଥମିକତା ଦିଆଯିବ। ମିସନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ପାଇଁ ପ୍ରୋତ୍ସାହନ କରାଯିବ ଏବଂ ସେମାନଙ୍କୁ ବିଭିନ୍ନ କାର୍ଯ୍ୟ ସହିତ ରକ୍ଷଣାବେକ୍ଷଣ ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ କରାଯିବ। ଜମି କିସମ ପରିବର୍ତ୍ତନ ଆଇନରେ ହେବ ସଂଶୋଧନ । ରାଜସ୍ବ ବିଭାଗର ଏହି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ମାରିଛି । ସେହିପରି MIP ଓ ଟ୍ୟାଙ୍କର ଉନ୍ନତିକରଣ ପାଇଁ ନୂଆ ଯୋଜନା ହୋଇଛି । ଓଡ଼ିଶା GSTରେ ହେବ ସଂଶୋଧନ । ଯୋଗାଣ ନିରୀକ୍ଷକ ନିଯୁକ୍ତି ଓ ସର୍ତ୍ତାବଳୀରେ ସଂଶୋଧନ କରାଯିବ । ଜୁନିଅର ଷ୍ଟେନୋ, ଟାଇପିଷ୍ଟ ଓ ଡାଟାଏଣ୍ଟ୍ରି ପାଇଁ ହେବ ମିଳିତ ପରୀକ୍ଷା । ଏଥିପାଇଁ ୨୦୨୨ ଅଧିନିୟମରେ ହେବ ସଂଶୋଧନ । ରାଜ୍ୟ ସରକାର ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ପାଇଁ ନୂଆ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି। ୨୦୨୩-୨୪ ଖରିଫ ବିପଣନ ବର୍ଷରେ ମୋଟ ୫୪ଲକ୍ଷ ମେଟ୍ରିକ ଟନ୍ ଚାଉଳ(୭୯ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ କରାଯିବ। ଖରିଫ ବର୍ଷ-୨୦୨୨-୨୩ରେ ମୋଟ ୭୯.୧୬ଲକ୍ଷ ମେଟ୍ରିକ ଟନ୍ ଧାନ(୫୩.୫୭ ଲକ୍ଷ ମେଟ୍ରିକ ଟନ୍ ଚାଉଳ) ସଂଗ୍ରହ କରାଯାଇଥିଲା। ସେହିପରି ରାଜ୍ୟ ପୂର୍ତ୍ତ ଓ ଆର୍ଡି ବିଭାଗ ଅଧୀନ ସବୁ ଟୋଲ୍ ଗେଟ୍ ଉଚ୍ଛେଦ ହେବ ବୋଲି ଜଣାଯାଇଛି। ରାଜ୍ୟର ସମସ୍ତ ୩୫ଟି ଟୋଲ୍ ଗେଟ୍ ଉଚ୍ଛେଦକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post