ବିଜୁ ପଟ୍ଟନାୟକଙ୍କ କନ୍ୟା ଗୀତା ମେହେଟ୍ଟାଙ୍କ ପରଲୋକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତାଙ୍କ ବିୟୋଗ

ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟାଙ୍କର  ୮୦ ବର୍ଷ ବୟସରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ସେ ହେଉଛନ୍ତି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କନ୍ୟା । ସେ ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକ ଥିଲେ । ତାଙ୍କର ସ୍ବାମୀ ହେଉଛନ୍ତି ପ୍ରଖ୍ୟାତ ଆମେରିକୀୟ ପ୍ରକାଶକ ସୋନି ମେହେଟ୍ଟା । ସେ ଅନେକ ପୁସ୍ତକ ରଚନା କରି ଅର୍ଜନ କରିଥିଲେ ପ୍ରସିଦ୍ଧି । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି