୩ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା

ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ତରଫରୁ ସତର୍କ ସୂଚନା ଜାରି

ରାଜ୍ୟବାସୀ ପୁଣି ବର୍ଷାରେ କଲବଲ ହେବାକୁ ଯାଉଛନ୍ତି । ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ଅନୁଭୂତ ହେବ । ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାୟୁମଣ୍ଡଳର ୪.୫ରୁ ୭.୬ କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ଜଣାପଡ଼ିଛି । ତା’ର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ତରଫରୁ ସତର୍କ ସୂଚନା ଜାରି କରାଯାଇଛି ।