ମହିଳାଙ୍କୁ ମିଳିବ ୩୩% ସଂରକ୍ଷଣ
କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆସିବ ମହିଳା ସଂରକ୍ଷଣ ବିଲ୍। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିଥିଲା। ଏହି ବୈଠକରେ ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍କୁ ଅନୁମୋଦନ ମିଳିଛି। ଲୋକସଭା ଓ ଦେଶର ବିଭିନ୍ନ ରାଜ୍ୟ ବିଧାନସଭାରେ ଏଣିକି ମହିଳାମାନଙ୍କ ପାଇଁ ୩୩% ସଂରକ୍ଷଣ ବ୍ୟବସ୍ଥା ହେବ। ଆସନ୍ତାକାଲି ଠାରୁ ସଂସଦର ନୂଆ ବିଲଡିଂରେ ସ୍ୱତନ୍ତ୍ର ଅଧିବେଶନର କାର୍ଯ୍ୟ ଆରମ୍ଭ ହେବ।